ଆଜିଠାରୁ ବର୍ଷା, ପାଣିପାଗ ବିଭାଗ ତରଫରୁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଆଜିଠୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା। ପାଣିପାଗ ବିଭାଗର କହିବା ଅନୁସାରେ, ଆଜି ଏବଂ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୁଳ,ଝାରସୁଗୁଡ଼ା,ସମ୍ବଲପୁର,ଦେବଗଡ଼,ଝାରସୁଗୁଡ଼ା,ମୟୂରଭଞ୍ଜ,କେନ୍ଦୁଝର,ବଲାଙ୍ଗୀର,ବରଗଡ଼,ନୂଆପଡ଼ା ଓ ବାଲେଶ୍ଵର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହିଭଳି ଭାବରେ ୧୮ ଓ ୧୯ ତାରିଖରେ ୧୨ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗ ତରଫରୁ ୟେଲୋ ୱାର୍ଣିଂ ଜାରି କରିଛି। ଏହା ବ୍ୟତୀତ ଏହି ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ପାଣିପାଗ ବିଭାଗ। ଚିଠିରେ ଉଲ୍ଲେଖ ହୋଇଛି ଯେ, ସତର୍କ ରହିବାକୁ କୁହାଯାଇଛି। ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଭାବରେ ଜନସାଧାରଣ ଲୋକଙ୍କୁ ଫସଲ ସୁରକ୍ଷିତ ଭାବରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Google

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *