୧୩ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ, କାଳବୈଶାଖୀ ହେବାର ଆଶଙ୍କା

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବ ଅନୁମାନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଅଛି। ଏହି ସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।

ଉକ୍ତ ଜିଲ୍ଲାଗୁଡ଼ିକ ହେଲେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଦେବଗଡ଼ ଇତ୍ୟାଦି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ମେଘୁଆ ପାଗ ରହିବା ସହ ଅପରାହ୍ନରେ ଘଡ଼ଘଡ଼ି ଓ ବିଜୁଳି ସହ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ତରଫରୁ ଆକଳନ କରାଯାଇଛି।

Google

ପାଣିପାଗ ବିଭାଗର ପୂର୍ବାନୁସାରେ, ୭ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ

ସେହିପରି ୮ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ବର୍ଷା ହେବାର ସମ୍ଭାବନା ଅଛି।

ଉପକୂଳ ଓଡ଼ିଶାର ୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ସମସ୍ତ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *