ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨,୨୩୮ କରୋନା ପଜିଟିଭ ଓ ୧୯ ମୃତ

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଧୀରେ ଧୀରେ ବୃଦ୍ଧି ପାଉଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟା ୧୨,୨୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସାରା ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୧୨,୪୦୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୧୪ ଜଣ କ୍ବାରେଣ୍ଟାଇନରେ ଥିବା ବେଳେ ଅନ୍ୟ ୫୩୨୪ ଜଣ ଲୋକାଲ ବାସିନ୍ଦା ଅଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୪୮୦ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩୭ଜଣ, ବରଗଡ଼ ଜିଲ୍ଲାରୁ ୪୭୫ଜଣ, ଭଦ୍ରକ ଜିଲ୍ଲାରୁ ୩୮୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬୦ଜଣ, ବୌଦ୍ଧ ଜିଲ୍ଲାରୁ ୧୨୮ଜଣ, କଟକ ଜିଲ୍ଲାରୁ ୯୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪୨ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୮ଜଣ, ଯାଜପୁର ଜିଲ୍ଲାରୁ ୩୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫୮୦ଜଣ, କନ୍ଧମାଳ ଜିଲ୍ଲାରୁ ୬୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୨୮ଜଣ, କୋରାପୁଟ ଜିଲ୍ଲାରୁ ୧୩୦ଜଣ, ମାଲକାନଗିରି ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୧୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୯୦ଜଣ, ପୁରୀ ଜିଲ୍ଲାରୁ ୩୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୫୪୪ଜଣ, ସୋନପୁର ଜିଲ୍ଲାରୁ ୧୫୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦୭୩ଜଣ ଓ ଷ୍ଟେଟ୍‌ ପୁଲରୁ ୩୫୭ଜଣ ରହିଛନ୍ତି।

ରାଜ୍ୟରେ କରୋନା ସଂକ୍ରମିତଙ୍କର ସଂଖ୍ୟା ବଢୁଥିବା ବେଳେ କରୋନାର ମୃତକଙ୍କ ସଂଖ୍ୟା ମଧ୍ୟ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨,୨୩୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ଜଣଙ୍କର କରୋନା କାରଣରୁ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ସାରା ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୨୧୪୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ସମ୍ବନ୍ଧରେ ସୂଚନା ପ୍ରଦାନ କରାଯାଇଛି।

ସୁନ୍ଦରଗଡ ଜିଲ୍ଲାରୁ ୪ଜଣ, ପୁରୀରୁ ୨ଜଣ, ଗଞ୍ଜାମରୁ ୨ ଜଣ, ଖୋର୍ଦ୍ଧାରୁ ଜିଲ୍ଲାରୁ ୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ଅନୁଗୋଳ, ବଲାଙ୍ଗୀର, ଗଜପତି ଓ କଟକ ଜିଲ୍ଲାରୁ ଜଣ ଜଣଙ୍କର ମୃତ୍ୟୁ ହୋଇଛି।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫,୧୨,୪୦୦ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୬,୯୫୦ଟି ଆକ୍ଟିଭ କେସ ଅଛି ଓ ୪,୨୩,୨୫୭ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସମୁଦାୟ ୧,୦୪,୧୮,୨୧୭ଟି ସେମ୍ପୁଲ ଟେଷ୍ଟ କରାଯାଇଛି।

Leave a Reply

Your email address will not be published. Required fields are marked *