ପ୍ରାକ୍‌-ମୌସୁମୀ ବର୍ଷା ଆଜିଠାରୁ ୪ ଦିନ: ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବରେ ଉତ୍ତରପୂର୍ବ ଭାରତରେ ସକ୍ରିୟ ହୋଇଯାଇଛି। ଯାହା ଫଳରେ ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଆସାମ, ମେଘାଳୟ ଓ ଅରୁଣାଞ୍ଚଳପ୍ରଦେଶରେ ଇତ୍ୟାଦି ରାଜ୍ୟରେ ମୌସୁମୀ ବ‌ର୍ଷା ଆରମ୍ଭ ହୋଇଯାଇଛି। ଏହା ସହିତ ରବିବାର ଦିନ କେନ୍ଦ୍ରୀୟ ଆରବସାଗରର କିଛି ଅଂଶ ସମେତ ମହାରାଷ୍ଟ୍ର, ସମ୍ପୂର୍ଣ୍ଣ କର୍ଣ୍ଣାଟକ ଓ ତାମିଲନାଡୁ, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି କିଛି ଅଂଶରେ ସୌସୁମୀ ବାୟୁ ସକ୍ରିୟ ହୋଇଯାଇଛି। ଆଉ ୪ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାମୁହାଁ ହେବ। ଭାରତୀୟ ପାଣପାଗ ବିଜ୍ଞାନ କେନ୍ଦ୍ର (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛିକି, ଉତ୍ତର ବଙ୍ଗୋପସାଗରରେ ୧୧ ତାରିଖରେ ସୃଷ୍ଟି ହେବାକୁ ଯାଉଥିବା ଏକ ଲଘୁଚାପ କ୍ଷେତ୍ର ମୌସୁମୀକୁ ଓଡ଼ିଶା ଆଡ଼କୁ ଟାଣି ଆଣିବ। ଆସନ୍ତାକାଲିଠାରୁ ଅପରପକ୍ଷେ ୪ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରାକ୍‌-ମୌସୁମୀ ବର୍ଷା ହେବ ବୋଲି କେନ୍ଦ୍ର କହିଛି।

Google

ଆଜି ଅପରାହ୍ନ ସମୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ୮ ତାରିଖ ଦିନ ୪ଟି ଜିଲ୍ଲାରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲା ଆଦିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲ୍ଲାରେ ମଧ୍ୟ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୯ତାରିଖ ଦିନ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *