କ୍ୟାବିନେଟରେ ୧୧ର ପ୍ରସ୍ତାବ ଉପରେ ଲାଗିଲା ମୋହର, ନିର୍ମାଣ କରାଯିବ ୪ ବିଜୁ ଏକ୍ସପ୍ରେସ ଓ୍ୱେ

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲଗାଯାଇଛି । ଏହିସବୁ ମଧ୍ୟରେ ଅଛି ୪ଟି ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ଏବଂ ପ୍ରଶସ୍ତିକରଣ। ପଶ୍ଚିମ ଓଡ଼ିଶାରେ ଗମନାଗମନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ନୂଆପଡ଼ାରୁ କଳାହାଣ୍ଡି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ୱେ ୪ ଲେନ ବିଶିଷ୍ଟ କରାଯିବ। ୧୭୪ କି.ମି. ରାସ୍ତାରେ ମୋଟ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବୈଠକରେ ଏହି ନିଷ୍ପତ୍ତି ନେଇଛନ୍ତି।

ଅର୍ଥ,ମତ୍ସ୍ୟ ଓ ପ୍ରାଣୀ ସଂପଦ,ସାଧାରଣ ପ୍ରଶାସନ,ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବା ସହିତ ଓଡ଼ିଶାର ପ୍ରଶାସନିକ ସେବା(ଓଏଏସ) ରେ ଆଉ ୨୨୦ଟି ନୂଆ ପଦବୀ ପାଇଁ ଆଜି ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ଓଏଏସ ପାହ୍ୟାରେ ଥିବା ମୋଟ ମଞ୍ଜୁରୀପ୍ରାପ୍ତ ପଦବୀ ସଂଖ୍ୟା ୧୯୦୩ରୁ ୨୧୨୩କୁ ବୃଦ୍ଧି ପାଇଛି। ଓଏଏସ୍ ପଦବୀର ବରିଷ୍ଠ ପାହ୍ୟାରେ ଏହି ମୋଟ ୨୨୦ଟି ପଦବୀ ସୃଷ୍ଟି ହୋଇଛି ଓ ଏଣ୍ଟ୍ରି ଲେବୁଲ ପଦବୀ ସଂଖ୍ୟା ସମାନ ରଖାଯାଇଛି। ଆଉ ସେହପରି ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ଓଡ଼ିଶା ପ୍ରଶାସନିକ ସେବା କ୍ୟାଡ଼ରର ପୁନର୍ବିନ୍ୟାସ କରାଯାଇଛି। ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ର ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି।

Google

୨୦୨୦ ମସିହା ଡିସେମ୍ବର ମାସ ୨୮ ତାରିଖରେ ରାଜ୍ୟ କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବାକୁ ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ ର ନିୟମ-୨୧ ରେ ଥିବା ବ୍ୟବସ୍ଥାରେ ସଂଶୋଧନ କରିବା ଆବଶ୍ୟକ। ଯାହାକୁ ଆଜି କ୍ୟାବିନେଟ ସଂଶୋଧନ କରିବା ପାଇଁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସରକାରୀ କର୍ମଚାରୀଙ୍କ ଆଚରଣ ନିୟମାବଳୀ-୧୯୫୯ ର ନିୟମ ୨୧ ରେ ପ୍ରତ୍ୟେକ ସରକାରୀ କର୍ମଚାରୀ ନିଜ ନାମରେ ଥିବା ସମସ୍ତ ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତିର ତଥ୍ୟ ସମ୍ପର୍କରେ ଏକ ସତ୍ୟ ଓ ସମ୍ପୂର୍ଣ୍ଣ ଘୋଷଣା କରିବା ଆବଶ୍ୟକ। ରାଜ୍ୟ କ୍ୟାବିନେଟ ୨୦୨୦ ମସିହା ଡିସେମ୍ବର ମାସ ୨୮ ତାରିଖରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ସମସ୍ତ ସରକାରୀ କର୍ମଚାରୀ ଓ ଲୋକପ୍ରତିନିଧିମାନେ ବାର୍ଷିକ ସମ୍ପତ୍ତି ବିବରଣୀ ସରକାରଙ୍କ ପାଖରେ ପୈଠ କରିବା ନିତ୍ୟାନ୍ତ ଆବଶ୍ୟକ। ଏହା ସାଧାରଣ ଲୋକଙ୍କ ପାଇଁ ସାର୍ବଜନୀନ କରାଯିବ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *