୮ ଜିଲ୍ଲାକୁ ୟେଲୋ ଆଲର୍ଟ : ଆହୁରି ୨ ଦିନ ବର୍ଷିବ ,୩୪ ପ୍ରତିଶତ ଠାରୁ ଅଧିକ ବର୍ଷା ହେଲାଣି

ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪ ପ୍ରତିଶତ ସ୍ବାଭାବିକ ଠାରୁ ଅଧିକ ବର୍ଷା ହେଲାଣି। ଗତ ୧୪ ଦିନ ମଧ୍ୟରେ ସାରା ରାଜ୍ୟରେ ୯୫.୧ ମିଲିମିଟର ବର୍ଷାର ରେକର୍ଡ କରାଯାଇଛି। ଯାହାକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛିକି ସ୍ୱାଭାବିକ ଠାରୁ ୩୪ ପ୍ରତିଶତ ଅଧିକ ବୋଲି। ୧୧ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ, ୫ଟି ଜିଲ୍ଲାରେ ୨୧ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ୧୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି। ଯାହା ପ୍ରଭାବରେ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ବର୍ଷା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଆଜି ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

Leave a Reply

Your email address will not be published. Required fields are marked *