ଆଜିଠାରୁ ୟୁ-ଟ୍ୟୁବରେ ହେବ ପାଠପଢ଼ା,ଗଣଶିକ୍ଷା ବିଭାଗ ତରଫରୁ ପ୍ରସ୍ତୁତ ହେଲା ଯୋଜନା

ରାଜ୍ୟରେ କରୋନା ମହାମାରୀ ପାଇଁ ୨୦୨୧-୨୨ ଶିକ୍ଷାବର୍ଷର ପାଠପଢ଼ା ବନ୍ଦ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ୟୁ-ଟ୍ୟୁବରେ ଶିକ୍ଷାଦାନ ଦିଆଯିବ।

କେଉଁ ଦିନ କେଉଁ ବିଷୟରେ ପାଠପଢ଼ା ଦିଆଯିବ ସେ ବିଷୟରେ ଏକ ରୁଟିନ ପ୍ରସ୍ତୁତ କରାଯାଇଛି। ନବମ ଓ ଦଶମ ପିଲା ମାନଙ୍କର ପାଠପଢ଼ା ଜୁଲାଇ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ସୋମବାର ଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୧୦ ଟା ୪୫ ମିନିଟରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଦିନକୁ ୪ଟି ପିରିୟଡ଼ ଶିକ୍ଷାଦାନ ଦିଆଯିବ।

ଆଉ ସେହିପରି ଜୁଲାଇ ମାସ ୭ ତାରିଖରୁ ପ୍ରଥମ ଶ୍ରେଣୀରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଶିକ୍ଷାଦାନ ଦିଆଯିବ। ପ୍ରଥମ ଶ୍ରେଣୀରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କ ପାଠପଢା ସକାଳ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଏବଂ ଚତୁର୍ଥରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠପଢ଼ା ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଶିକ୍ଷାଦାନ ଦିଆଯିବ। ୟୁ-ଟ୍ୟୁବରେ ଯେଉଁ ବିଷୟ ପାଠ ପଢାଯିବ,ସେହି ବିଦ୍ୟାଳୟର ସଂପୃକ୍ତ ବିଷୟର ଶିକ୍ଷକ ଦେଖିବେ। ଆଉ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହୁଥିବା ଦ୍ୱନ୍ଦ୍ୱକୁ ଚାଟ ଓ ଭଏସ କଲ ମାଧ୍ୟମରେ ଦୂର କରିବେ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *