ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ : ପ୍ରବଳ ବର୍ଷୀଵ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶାର ଉପକୂଳରେ ଗୁରୁବାର ଦିନ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ବଡ ଧରଣର ବର୍ଷା ହେବାର ସମ୍ଭାବନା ଥିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି।

ଶୁକ୍ରବାର ଦିନ ଓଡ଼ିଶା ଉପକୂଳରେ ଏହି ଲଘୁଚାପ ପ୍ରଭାବରେ ଅନୁଭୂତ ହେବାର ସମ୍ଭାବନା ଥିବା ଯୋଗୁଁ ଶନିବାର ଦିନ ଅପରାହ୍ନ ସୁଦ୍ଧା ଏହା ଉତ୍ତର ଆଡକୁ ଆଗେଇବ ଓ ବିହାରର ଅଭିମୁଖେ ଯିବ ବୋଲି ସିଇସି ବୁଲେଟିନରେ କୁହାଯାଇଛି। ଏହାର ପ୍ରଭାବରେ ଜୁଲାଇ ୨୨ ତାରିଖ ଦିନ ରାତିରୁ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, ଯାଜଯୁର, କେନ୍ଦ୍ରାପଡା, ଢ଼େଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୋନ୍‌ପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା ଏବଂ ରାୟଗଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି କୁହାଯାଉଛି।

ସେହିପରି ଜୁଲାଇ ମାସ ୨୮ ତାରିଖ ସୁଦ୍ଧା ବାଂଲାଦେଶ ଏବଂ ଏହାର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ଘନୀଭୂତ ହେଉଥିବାର ସମ୍ଭାବନା ଥିବା ବେଳେ ଏହା ଉତ୍ତର-ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ମାସ ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ଏହି ବୁଲେଟିନ୍‌ରେ କୁହାଯାଇଛି।

ଏହାର ପ୍ରଭାବରେ ଜୁଲାଇ ମାସ ୨୮ ତାରିଖ ବେଳକୁ ଜୁଲାଇ ମାସ ୩୦ ତାରିଖ ଅପରାହ୍ନ ବେଳକୁ ଓଡ଼ିଶାର ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଅନୁଗୁଳ ଓ ଯାଜପୁର ପ୍ରଭୃତି ଜିଲ୍ଲାଗୁଡ଼ିକରେ ମଧ୍ୟମ ରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି ବୁଲେଟିନରେ କୁହାଯାଇଛି।

Leave a Reply

Your email address will not be published. Required fields are marked *