ଆସନ୍ତା କାଲି ଠାରୁ ଦୁଇଦିନ ପାଇଁ ପ୍ରବଳ ବର୍ଷା

ରାଜ୍ୟର ବିଭିନ୍ନ ସ୍ଥାନରେ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ ଭାବରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଅନୁମାନ କରୁଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି କାରଣ ପାଇଁ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାନପାଗ ବିଭାଗ।

ତେବେ ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୫ ଓ ଅଗଷ୍ଟ ୧୬ ତାରିଖ ଏହି ଦୁଇ ଦିନରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୩.୧ ରୁ ୫.୮ କି.ମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆଉ ଏହାର ପ୍ରଭାବରେ ଓଡ଼ିଶାରେ ଆଗାମୀ ୨୪ ଘଣ୍ଟାରେ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହିତ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ପ୍ରବଳ ବର୍ଷା ହେବ।

ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। କୋରାପୁଟ ଜିଲ୍ଲା,ମାଲକାନଗିରି ଜିଲ୍ଲା,ନବରଙ୍ଗପୁର ଜିଲ୍ଲା, ନୂଆପଡ଼ା ଜିଲ୍ଳା,ମୟୂରଭଞ୍ଜ ଜିଲ୍ଳା,ରାୟଗଡ଼ା ଜିଲ୍ଲା,ଗଜପତି ଜିଲ୍ଲା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଘୋଷଣା କରିଛନ୍ତି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *