ଦାନା ବାନ୍ଧୁଛି ଲଘୁଚାପ ; ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଳାରେ ପ୍ରବଳ ବର୍ଷିବ

ରାଜ୍ୟରେ ମରୁଡ଼ି ଭଳି ପରିସ୍ଥିତି ଉପୁଜିଥିବା ସମୟରେ ଆଶା ଦେଖାଇଛି, ପାଣିପାଗ ବିଭାଗ। କାରଣ, ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆଜି ଉତ୍ତର ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ ଜିଲ୍ଲା, ମାଲକାନଗିରି ଜିଲ୍ଲା,ନବରଙ୍ଗପୁର ଜିଲ୍ଲା,କଳାହାଣ୍ଡି ଜିଲ୍ଲା,କନ୍ଧମାଳ ଜିଲ୍ଲା,ରାୟଗଡ଼ା ଜିଲ୍ଲା,ଗଜପତି ଜିଲ୍ଲା ଓ ଗଞ୍ଜାମ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ୮ ଜିଲ୍ଲା କୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ଏଥିସହିତ ୧୬ ଜିଲ୍ଳାକୁ ବଜ୍ରପାତ ସହିତ ବର୍ଷା ହେବାର ସତର୍କତା ଜାରି କରିଛି ପାଣିପାଗ ବିଭାଗ।

Google

ଅନ୍ୟ ପାର୍ଶ୍ବରେ ରାଜ୍ୟରେ ବର୍ଷା ଅଭାବ ପାଇଁ ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ରାଜ୍ୟରେ ଜୁନ ମାସ ପ୍ରଥମରୁ ଏପର୍ଯ୍ୟନ୍ତ ସୁଦ୍ଧା ସ୍ଵାଭାବିକଠୁ ୩୧ ପ୍ରତିଶତ କମ ବର୍ଷା ହୋଇଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published.