ପୁଣି ଭିଜିବ ଓଡିଶା,ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨ ଦିନ ପ୍ରବଳ ବର୍ଷୀବ

ଆସୁଛି ଆଉ ଏକ ଲଘୁଚାପ| ଆସନ୍ତା ୬ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର ଉପରିଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି| ଏହି ସମ୍ପର୍କରେ ସୂଚନା ଦେଇଛନ୍ତି, ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର| ସୂଚନା ଅନୁସାରେ, ଆସନ୍ତା ୬ ତାରିଖରେ ଲଘୁଚାପ ସୃଷ୍ଟି ହେଲେ ୬ ଓ ୭ ତାରିଖରେ ପ୍ରବଳ ବର୍ଷ ହେବ|

ସେହିପରି ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷ ହେବାର ସମ୍ଭାବନା ରହିଛି| ଆସନ୍ତାକାଲି କୋରାପୁଟ ଜିଲ୍ଲା,ନବରଙ୍ଗପୁର ଜିଲ୍ଲା,କଳାହାଣ୍ଡି ଜିଲ୍ଲା ଓ ନୂଆପଡ଼ା ଜିଲ୍ଲରେ ପ୍ରବଳ ବର୍ଷା ହେବ| ଏହି ଜିଲ୍ଲା ଗୁଡିକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି| ଆଉ ୫ ତାରିଖ ପରେ ପାଣିପାଗ ପରିବର୍ତ୍ତନ ହେବ| ଜୁନ ମାସ ୧ ତାରିଖରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷ ହୋଇଛି|

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published.