କାଲି ଠାରୁ ପ୍ରବଳ ବର୍ଷା,୧୯ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ,ଜାଣନ୍ତୁ ଆପଣଙ୍କ ଜିଲ୍ଲାରେ କଣ ରହିବ ସ୍ଥିତି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବଅନୁମାନ କରାଯାଇଛି।

ବର୍ତ୍ତମାନ ସମୟ ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା

ଏହିସବୁ ଜିଲ୍ଲାଗୁଡିକରେ ଘଡଘଡି ସହ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *