ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି ,ହିତାଧିକାରୀଙ୍କୁ ମିଳିବ ପ୍ରଥମ ପର୍ଯ୍ୟାୟ କାଳିଆ ଟଙ୍କା

0

Get real time updates directly on you device, subscribe now.

କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ୟ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ଵରାନ୍ୱିତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଏହି ଯୋଜନା । ‘କାଳିଆ’ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ମାଧ୍ୟମରେ ଚାଷୀମାନଙ୍କର ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୂହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରି କୃଷିଭିତ୍ତିକ ସମୃଦ୍ଧିର ଧାରାକୁ ତ୍ଵରାନ୍ୱିତ କରିବା ଲକ୍ଷ୍ୟ ରଖିଛନ୍ତି ।

‘କାଳିଆ’ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କର ସଶକ୍ତିକରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା । ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲ୍ଲବଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ । ‘କାଳିଆ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀମାନଙ୍କୁ ପରିସରଭୁକ୍ତ କରିବା ପାଇଁ ବ୍ୟବସ୍ଥା କରିଛନ୍ତି । ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି ।

ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ୟାନ୍ୟ କାର୍ଯ୍ୟ ନିମନ୍ତେ ୫ ଗୋଟି ଫସଲରତୁରେ ମୋଟ୍ ୨୫୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି । ଏହି ଯୋଜନା ଚଳିତ ୨୦୧୮-୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି । ତେବେ ବର୍ତମାନ ସମୟରେ ଯେଉଁ ଏକ ବଡ଼ ଖବର ରହିଛି ତାହା ହେଉଛି ଆସନ୍ତାକାଲି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ମିଳବ କାଳିଆ ଟଙ୍କା ।

ଯାହାକି ସରକାରଙ୍କ ତରଫରୁ ଭେଟି । ସମସ୍ତ କାଳିଆ ହିତାଧିକାରୀଙ୍କୁ ମିଳିବ ୨ହଜାର ଟଙ୍କା ଲେଖାଏଁ । ତେବେ ଏହା ଡି-ବି-ଟି ମାଧ୍ୟମରେ ଅର୍ଥାତ୍ ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଚାଲିଯିବ । ତେବେ ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁସାରେ ରାଜ୍ୟ ସରକାର ୪୦ ଲକ୍ଷ ଚାଷୀଙ୍କ ପାଇଁ ୨ ହଜାର ଟଙ୍କା ଲେଖାଏଁ ମୋଟ ୮ ଶହ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇବେ ।

Leave A Reply

Your email address will not be published.