ମାଡି ଆସୁଛି ଭୀଷଣ ବାତ୍ୟା “ଅସାନି”, ୪ ଜିଲ୍ଲାକୁ ସତର୍କ ଘଣ୍ଟି

0

Get real time updates directly on you device, subscribe now.

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତ ଓ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହା ପରେ ବାତ୍ୟା ୮୦ରୁ ୯୦ କିଲୋମିଟର ଦୂରତାରୁ ଉତ୍ତର ପୂର୍ବ ଦିଗକୁ ଗତି କରିବ । ୧୨ ତାରିଖ ସୁଦ୍ଧା ଏହା ପଶ୍ଚିମକେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୧୧ ତାରିଖରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ୪ଟି ଜିଲ୍ଲା ଯଥା ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମେ ୧୨ରେ ପୁରୀ, ଜଗତସିଂପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ସେହିପରି ୧୦ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ତେବେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ୧୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜୀବୀ ମାନଙ୍କୁ ପ୍ରବେଶ ପାଇଁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି । ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ନ ଛୁଇଁ ବାତ୍ୟା ସମୁଦ୍ର ଉପରେ ଚାଲିଯିବ । ଓଡିଶାର ସମସ୍ତ ବନ୍ଦର ପାଇଁ ୨ନଂ ବିପଦ ସଙ୍କେତ ଜାରି। ସମୁଦ୍ର ମଧ୍ୟ‌ରେ ସମାନ୍ତରାଳ ଭାବେ ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବ । ବାତ୍ୟା ପ୍ରଭାବରେ ୧୦ ତାରିଖ ସଂଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ ।

Leave A Reply

Your email address will not be published.