ଆସନ୍ତା ବୁଧବାରରୁ +୨ ନାମଲେଖା ଲାଗି ଆବେଦନ, ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ପ୍ରକ୍ରିୟା

0

Get real time updates directly on you device, subscribe now.

ରାଜ୍ୟରେ +୨ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଡମିଶନ ସମୟରେ କୋଭିଡ ଗାଇଡଲାଇନ୍ ପାଳନ କରିବାକୁ କଲେଜଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି । ଅଫଲାଇନ୍ ବ୍ୟତୀତ ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ଆଡମିଶନ କରିପାରିବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି ।ଆସନ୍ତା ଜୁଲାଇ ୨୦ରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆରମ୍ଭ ହେବ ଆବେଦନ । ଅଗଷ୍ଟ ୧୦ ପର୍ଯ୍ୟନ୍ତ ଚାଲିବ ଆବେଦନ ପ୍ରକ୍ରିୟା ।

ସାମ୍‌ସ ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ୱେବସାଇଟ୍ ରେ ଉପଲବ୍ଧ ହେବ ସମସ୍ତ ତଥ୍ୟ । ତେବେ ସିବିଏସ୍‌ସି ଓ ଆଇସିଏସ୍ଇ ରେଜଲ୍ଟ ବାହାରିନଥିବାରୁ ଆବେଦନ ତାରିଖ ବଢ଼ିପାରେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୬ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି। ଏ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୫, ୧୭, ୮୪୭ ଜଣ ପାସ୍‌ କରିଥିଲେ ।ତେବେ ନାମଲେଖା ସମୟରେ ଯେପରି କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି।

ଏ ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ଇଣ୍ଟିମେସନ୍ ଲେଟର୍‌ରେ ସବିଶେଷ ତଥ୍ୟ ରହିବା ପିଲାମାନେ କେଉଁ ସମୟରେ ନାମଲେଖା ପାଇଁ କ୍ୟାମ୍ପସକୁ ଆସିବେ, ସେନେଇ ଇଣ୍ଟିମେସନ୍ ଲେଟର୍‌ରେ ଉଲ୍ଲେଖ କରାଯିବ। ନାମ ଲେଖାଇବାକୁ ଆସିବା ସମୟରେ ମାସ୍କ ପରିଧାନ, ଥର୍ମାଲ ସ୍କ୍ରିନିଂ, ବିଶୋଧନ ଓ ସାମାଜିକ ଦୂରତା ବଜାୟ ରଖିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଯୁକ୍ତ୨ କଲେଜର ଅଧ୍ୟକ୍ଷଙ୍କୁ କୁହାଯାଇଛି।

Leave A Reply

Your email address will not be published.