ବଙ୍ଗୋପସାଗରରେ ଶକ୍ତିଶାଳୀ ହେଉଛି ଆଉ ଏକ ଲଘୁଚାପ,ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା

0

Get real time updates directly on you device, subscribe now.

ଏପଟେ ଲଗାଣ ବର୍ଷା କମି ନଥିବାବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଉଏକ ଲଘୁଚାପର ରୂପ ନେବାକୁ ଯାଉଛି । ପଶ୍ଚିମ ମିଆଁମାର ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତର ବଙ୍ଗୋପସାଗର ଓ ପାଶ୍ୱବର୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।

ଏହାର ପରବର୍ତୀ ୨୪ଘଂଟା ମଧ୍ୟରେ ଆହୁରି ଘନୀଭୂତ ହେବ ଓ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ଉତ୍ପନ୍ନ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି ।

ସ୍ଥିତିକୁ ନଜରରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୩, ୧୪ ଓ ୧୫ ତାରିଖ ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଶନିବାର ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ନବରଂଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ, ଅନୁଗୁଳ, ସମ୍ବଲପୁର ଓ ଦେବଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ମିଳିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ । ଆସନ୍ତାକାଲି ଅର୍ଥାତ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି । ୧୩ରେ ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ଓଡିଶା ଉପକୂଳ ଓ ତାର ଆଖପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ବହିବ । ଏହାସହ ସର୍ବାଧିକ ୬୫ କିମି ଯାଏଁ ପବନର ବେଗ ରହିବା ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏହାସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୧୫ ଯାଏଁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଆହୁରି ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସହରୀରେ ବନ୍ୟା ପରିସ୍ଥିତି ଉପୁଜିବା ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave A Reply

Your email address will not be published.