ଆଖି ବୁଜିଲେ ବର୍ଷିଆନ ଅଭିନେତ୍ରୀ ଝରଣା ଦାସ…

0

Get real time updates directly on you device, subscribe now.

ତେବେ ବନ୍ଧୁଗଣ ବର୍ତମାନ ପୁଣି ଆମ ଓଡ଼ିଆ ସିନେମା ଜଗତରୁ ଏକ ବଡ଼ ଦୁଃଖଦ ଖବର ସାମ୍ନାକୁ ଆସିଛି । ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ହୋଇଯାଇଛି ପରଲୋକେ ।

କଟକ କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ବିଳମ୍ୱିତ ରାତିରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ସୂଚନା ରହିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ସେପଟେ ତାଙ୍କର ଶେଷ ଦର୍ଶନ କରୁଛନ୍ତି ବହୁ କଳାକାର । ୧୯୪୫ ମସିହାରେ କଟକର ଚାନ୍ଦିନି ଚୌକରେ ଝରଣା ଦାସଙ୍କ ଜନ୍ମ ।

ସମେସ୍ତ ତାଙ୍କୁ ଶ୍ରଦ୍ଧାରେ ଡାକୁଥିଲେ ଝୁମୁ । ଝରଣା ଦାସ ନରସିଂହ ମହାପାତ୍ରଙ୍କ ଏକ ନାଟକରେ ପ୍ରଥମକରି ନାୟିକା ଭାବେ ଅଭିନୟ କରିଥିଲେ । ଝରଣାଙ୍କ ବଡ଼ ଭାଇଙ୍କ ଅନ୍ତରଙ୍ଗ ବନ୍ଧୁ ଅଭିନେତା ତଥା ସଂଗୀତଜ୍ଞ ଅକ୍ଷୟ ମହାନ୍ତି ଚାହୁଁଥିଲେ ଝୁମୁ ଅଭିନେତ୍ରୀ ହୁଅନ୍ତୁ

କଳାକାର ହେବାର କିଛି ପ୍ରତିଭା ବି ପିଲାଦିନୁ ଦେଖିବାକୁ ମିଳିଥିଲା ଝରଣା ଦାସଙ୍କ କ୍ଷେତ୍ରରେ । ସେ ଅନେକ ସମୟରେ ବାପାଙ୍କ ଗୀଟାର ଲୁଚାଇ ଲୁଚାଇ ବଜାଉଥିଲେ । ବିନା ତାଲିମରେ ସ୍କୁଲରେ ପଢୁଥିବା ସମୟରେ ଆକାଶବାଣୀ କଟକର ‘ଶିଶୁ ସଂସାର’ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ ।

ତେବେ ୬୦ ଦଶକରେ ଓଡ଼ିଆ ସିନେମାରେ ଆଗଧାଡ଼ିର ଅଭିନେତ୍ରୀ ଥିଲେ ଝରଣା । ଚଳଚ୍ଚିତ୍ର ବ୍ୟତୀତ ସେ ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ । ହରେକୃଷ୍ଣ ମହତାବଙ୍କ ଉପରେ ନିର୍ମିତ ଏକ ବୃତ୍ତଚିତ୍ରରେ ସେ ନିର୍ଦ୍ଦେଶନା ଦେଇଥିଲେ । ଏହାସହ ସେ “ଘର ଭଡ଼ା ଦିଆ ଯିବ” ଓ “ମଣିଷ” ଆଦି କାର୍ଯ୍ୟକ୍ରମରେ ଅଭିନୟ କରିଥିଲେ ।

ଏଥିସହିତ ସେ ନିଜର ଫିଲ୍ମରେ ଅଭିନୟ ଚାଲୁ ରଖିଥିଲେ । ‘୧୯୬୪ ମସିହାରେ ନିର୍ମିତ କଥାଚିତ୍ର ‘ଅମଡା ବାଟ’ ମାଧ୍ୟମରେ ଓଡ଼ିଆ କଥାଚିତ୍ର ଜଗତରେ ପାଦ ଥାପିଥିଲେ ଝରଣା । ୧୯୬୫ ମସିହାରେ ନିର୍ମିତ ଚଳଚ୍ଚିତ୍ର ‘ମଲାଜହ୍ନ’ରେ ସତୀ ଭୂମିକାରେ ଅଭିନୟ କରି ସେ ଲୋକପ୍ରିୟତା ହାସଲ କରିଥିଲେ ।

ଅମଡ଼ା ବାଟ’, ‘ମଲା ଜହ୍ନ’ ଓ ‘ଅଦିନ ମେଘ’  ତାଙ୍କର ଚର୍ଚ୍ଚିତ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ କରିଥିଲେ ରାଜ୍ । ତାଙ୍କର ଏହି ଅଭିନୟ ପାଇଁ ତାଙ୍କୁ ବହୁତ ଗୁଡ଼ିଏ ପୁରସ୍କାର ଓ ସମ୍ମାନରେ ସମ୍ମାନୀତ କରାଯାଇଛି । ୧୯୯୭ରେ ଜୟଦେବ ପୁରସ୍କାର, ୨୦୧୧ରେ ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆୱାର୍ଡ଼, ୨୦୧୧ରେ ଓଡ଼ିଶା ସୋସାଇଟି ଅଫ ଆମେରିକା ସମ୍ମାନ, ୨୦୧୬ରେ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନରେ ସମ୍ମାନୀତ କରାଯାଇଛି ।

Leave A Reply

Your email address will not be published.