ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୫ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

0

Get real time updates directly on you device, subscribe now.

ଆଜିଠୁ ୫ ଜିଲ୍ଲାରେ ପ୍ରବଳ ବର୍ଷା । ବରଗଡ଼, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ଆଜିଠୁ ୩ ରୁ ୪ ଦିନ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା । ଏଥିସହ ବର୍ଷା ନେଇ ରାଜ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ବିଭାଗ । ଅନୁଗୁଳ, କଟକ, ଢେଙ୍କାନାଳ, ଜଗତସିଂହପୁର ଏବଂ ଯାଜପୁର ଜିଲ୍ଲାକୁ ଅଧିକ ବର୍ଷା ନେଇ ସୂଚନା ।

ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ସକ୍ରିୟ ମୌସୁମୀ ଯୋଗୁ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବର୍ଷା ଯୋଗୁ କିଛି ସ୍ଥାନରେ ପାଣି ଜମିବାର ସମ୍ଭାବନା ଥିବାରୁ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଏ-ସି-ଆର-ସି । ଗତ ୨୪ ଘଣ୍ଟାରେ ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ନବରଙ୍ଗପୁର ଝରିଗାଁରେ ସର୍ବାଧିକ ୧୧୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ନବରଙ୍ଗପୁର ଉମରକୋଟ ଏବଂ ବରଗଡ଼ର ବରପାଲି ଅଂଚଳରେ ୧୦୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲା ଗୁଡ଼ିକୁ ୟେଲୋ ଏବଂ ଅରେଞ୍ଜ ୱାର୍ଣିଂ ରେ ଭାଗ ଭାଗ କରାଯାଇଛି । ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଆଉ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ।

ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅରେଞ୍ଜ ଓ୍ୱାର୍ଣ୍ଣିଂ ଜିଲ୍ଲା ଗୁଡ଼ିକରେ ୭ରୁ ୨୦ ସେଣ୍ଟିମିଟର ଏବଂ ୟେଲୋ ଓ୍ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଲଘୁଚାପ ପାଇଁ ୧୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.