ମାଡ଼ି ଆସୁଛି ବାତ୍ୟା “ଅସାନୀ”,ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା !

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତ ଓ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ସକାଳ ୧୧ଟା ସୁଦ୍ଧା ବତ୍ୟା ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିଲା।

ବର୍ତ୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦କିମି ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ ସେମି) ବର୍ଷା ସମ୍ଭାବନା ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ । ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦ କିମି ଦୂରରେ ଭୀଷଣ ବାତ୍ୟା “ଅସାନି” କେନ୍ଦ୍ରୀଭୂତ ରହିଛି।ତେବେ ମତ୍ସ୍ୟଜୀବୀ ମାନଙ୍କୁ ପ୍ରବେଶ ପାଇଁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି ।ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ,୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ନ ଛୁଇଁ ବାତ୍ୟା ସମୁଦ୍ର ଉପରେ ଚାଲିଯିବ । ସମୁଦ୍ର ମଧ୍ୟ‌ରେ ସମାନ୍ତରାଳ ଭାବେ ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବ । ବାତ୍ୟା ପ୍ରଭାବରେ ୧୦ ତାରିଖ ସଂଧ୍ୟାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ବିଶେଷକରି ୪ ଜିଲ୍ଲା ଗଂଜାମ, ଗଜପତି ଓ ପୁରୀରେ ଏବଂ ତାର ୧୫ଟି ବ୍ଲକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।

ଗୋପାଳପୁର ବନ୍ଦର ପାଇଁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି। ସେହିପରି ପୁରୀ, ଚାନ୍ଦବାଲି/ଧାମରା ଏବଂ ପାରାଦ୍ୱୀପ ବନ୍ଦର ପାଇଁ ୨ ନମ୍ବର ବିପଦ ସଂକେତ ଜାରି କରାଯାଇଛି।୧୧ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ ଗଞ୍ଜାମ, ଖୋର୍ଧା, ଜଗତସିଂହପୁର, ପୁରୀ ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭୦ରୁ ୧୧୦ ମିମି) ବର୍ଷା ସମ୍ଭାବନା ରହିଛି।ତେବେ କାଲି ଭଦ୍ରକ, ବାଲେଶ୍ବର, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଆଦି ଜିଲ୍ଲା ରେ ବର୍ଷା ହେବ।ରାଜ୍ୟକୁ ପବନ ହେବା ନେଇ କୌଣସି ୱାସିଂ ନାହିଁ।୧୨ ତାରିଖରେ ୬ଟି ଜିଲ୍ଲା ଭଦ୍ରକ, ବାଲେଶ୍ବର, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ବର୍ଷା ନେଇ ଆଶଙ୍କା।

odia sambada
Comments (0)
Add Comment